ଦିଲ୍ଲୀର ଲଜ୍ପତ ଭବନ ପରିସରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନାବରଣ କରିଛନ୍ତି
1 min read
ନୂଆଦିଲ୍ଲୀ: ଦିଲ୍ଲୀର ଲଜ୍ପତ ଭବନ ପରିସରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନାବରଣ କରିଛନ୍ତି। ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି। ସୋମବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ପ୍ରତିମୂର୍ତ୍ତି ଅନାବରଣ ସହ ଲୋକସେବକ ମଣ୍ଡଳ ସଂସ୍ଥାପକ ପଞ୍ଜାବ କେଶରୀ ଲାଲା ଲଜ୍ପତ୍ ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଓ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଲୋକସେବକ ମଣ୍ଡଳର ସଭାପତି ରାଜକୁମାର, ଉପସଭାପତି ଦୀପକ ମାଲବ୍ୟ, ସମ୍ପାଦକ ରମାନାଥ ଝା


