ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ASMITA
1 min read
କଟକ: ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ASMITA ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍ ୨୦୨୬-୨୭ରେ ଓଡ଼ିଶା ପୋଲିସକୁ ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ।ଗତ ଅଗଷ୍ଟ ୮ରୁ ୯ ତାରିଖ ପର୍ଯ୍ୟନ୍ତ ଭୋପାଳ ଠାରେ ଅନୁଷ୍ଠିତ ହୋଇଥିବା ଏହି ଚାମ୍ପିୟନସିପ୍ରେ ଓଡ଼ିଶା ପୋଲିସ କ୍ରୀଡ଼ାବିତମାନେ ବିଭିନ୍ନ ପ୍ରତିଯୋଗିତାରେ ୨ଟି ସ୍ୱର୍ଣ୍ଣ, ୫ଟି ରୌପ୍ୟ ଓ ୧ଟି କାଂସ୍ୟ ସହ ମୋଟ ୮ଟି ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।
ଓଡ଼ିଶା ପୋଲିସ କ୍ରୀଡ଼ାବିତଙ୍କ ଏହି ଉଲ୍ଲେଖନୀୟ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ପଦକ ବିଜେତା କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଖେଳାଳିଙ୍କ ଅସାଧାରଣ ପ୍ରତିବଦ୍ଧତା ଏବଂ କ୍ରିଡା ଉତ୍କର୍ଷତା ପ୍ରତି ସେମାନଙ୍କ ଅବଦାନ ପାଇଁ ପ୍ରଶଂସା କରିଛନ୍ତି।ଏହି ସଫଳତା ଓଡ଼ିଶା ପୋଲିସର କ୍ରୀଡ଼ା ପରମ୍ପରାକୁ ଆହୁରି ସମୃଦ୍ଧ କରିବା ସହ ଯୁବ କ୍ରୀଡ଼ାବିତମାନଙ୍କୁ ଜଳକ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ହାସଲ ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।


