ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
1 min read
ଭୁବନେଶ୍ୱର: ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ। ଏହା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।


