April 25, 2025

ବାଣଫୁଟା ପାଇଁ ୨ଘଣ୍ଟା ଅନୁମତି

1 min read

ଭୁବନେଶ୍ୱର : ଆସିଲା ଦୀପାବଳି ପାଇଁ ବାଣଫୁଟା ଗାଇଡଲାଇନ । ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି।

ଏଥିସହିତ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି। ପାର୍କ, ସାଇଲେନ୍ସ ଜୋନ ( ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ)ର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ବି ବାଣ ଫୁଟାଯିବନି । ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ରହିଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି ।
୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି । ଏଥି ସହିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।