ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ ପ୍ରତିଷ୍ଠା
1 min read
ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ ପ୍ରତିଷ୍ଠା ହେବା ନେଇ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ହୋଇଥିବା କେନ୍ଦ୍ର ମନ୍ତ୍ରୀ ବୈଷ୍ଣବ କହିଛନ୍ତି।
ଏପରିକି ଦେଶରେ ଆଉ ୪ଟି ସେମିକଣ୍ଡକ୍ଟର ୟୁନିଟ ପ୍ରତିଷ୍ଠା ନେଇ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ହୋଇଛି। ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ଆଉ ୨ଟି ସେମିକଣ୍ଡକ୍ଟର ୟୁନଟ୍ ପ୍ରତିଷ୍ଠା ହେବ। ଏହି ୪ଟି ନୂଆ ସେମିକଣ୍ଡକ୍ଟର ୟୁନିଟ୍ ପାଇଁ ୪ ହଜାର ୬ ଶହ କୋଟି ଟଙ୍କା ବ୍ୟୟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।