March 11, 2026

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ଟି ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା

1 min read

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଅକ୍ଟୋବର ୨୩ରୁ ୨୫ ତାରିଖ ଯାଏଁ ରାଜ୍ଯର ୧୪ଟି ଜିଲ୍ଲାରେ ସ୍କୁଲ ବନ୍ଦ ରହିବ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂହ ସୂଚନା ଦେଇଛନ୍ତି।

ସ୍କୁଲ ବନ୍ଦ ରହିବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଅନୁଗୁଳ।

ଅକ୍ଟୋବର ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖ ବେଳକୁ ଏହା ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।