ଓଡ଼ିଶାରେ ଆଉ ୪ ଦିନ ପ୍ରବଳ ବର୍ଷା
1 min read
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଅଗଷ୍ଟ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୨୫ରୁ ୨୬ ତାରିଖ ମଧ୍ୟରେ ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା, କଟକ, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ଜୁଲାଇ ୨୬ରୁ ୨୭ ତାରିଖରେ ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।