February 20, 2026

ଶ୍ରୀଅନ୍ନ ଯୋଜନା ପାଇଁ ୪୦୦ କୋଟି ଟଙ୍କା

1 min read

ପୁରୀ:ରତ୍ନଭଣ୍ଡାର ଖୋଲିବା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ଶ୍ରୀଅନ୍ନ ଯୋଜନା ପାଇଁ ୪୦୦ କୋଟି ଟଙ୍କା । ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ଲାଗି ୧ ହଜାର କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡିର ପ୍ରସ୍ତାବ ଦିଆଯାଇଥିବା ବେଳେ ସବୁଠାରୁ ବଡ଼ କଥା ହେଉଛି ରତ୍ନଭଣ୍ଡାର ଗଣତିମଣତି ଲାଗି ୫ କୋଟି ଟଙ୍କାର ପ୍ରସ୍ତାବ ରହିଛି ।