September 11, 2024

ରାଜ୍ୟର ୬ ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ

1 min read

ଭୁବନେଶ୍ୱର : ଓଡ଼ିଶାର ୬ ଟି ନୂତନ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି କେନ୍ଦ୍ର ସରକାର । ରାଜ୍ୟରେ ରେଳପଥକୁ ବିକଶିତ କରିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ବଡ଼ ଉପହାର ଦେଇଛନ୍ତି । ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି। ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଏହି ପ୍ରକଳ୍ପ ଓଡ଼ିଶାର ଆକାଂକ୍ଷୀ ଜିଲ୍ଲା ଏବଂ ଆଦିବାସୀ ବହୁଳ ଅଞ୍ଚଳରେ ବିକାଶର ମାଧ୍ୟମ ପାଲଟିବ। ଡବଲ ଇଞ୍ଜିନସରକାରରେ ସାଢେ ଚାରିକୋଟି ଓଡ଼ିଆଙ୍କ ସ୍ଵାର୍ଥ ପୂରଣ ସହ ଓଡ଼ିଶାକୁ ପୂର୍ବୋଦୋୟ ବିକାଶର କେନ୍ଦ୍ର ଭାବେ ଗଢିତୋଳିବାର ସ୍ଵପ୍ନ ସାକାର ହେବ

ସୂଚନାନୁସାରେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ମୋଟ୍ ୮ଟି ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ଏହି ପ୍ରକଳ୍ପର ମୂଲ୍ୟ ୨୪,୬୫୭ କୋଟି ରହିଛି ।ଯେଉଁଥିରେ ଓଡିଶାର ଗୁଣୁପୁର-ଥିରୁବାଲି ୭୩ କିଲୋମିଟର, ଜୁନାଗଡ-ନବରଙ୍ଗପୁର ୧୧୬ କି.ମି,ବାଦାମପାହାଡ-କେନ୍ଦୁଝରଗଡ ୮୨.୬ କିଲୋମିଟର, ବାଙ୍ଗିରିପୋଷୀ-ଗୋରୁ ମୋହିଷାଣି ୮୫.୬୦ କି.ମି, ମାଲକାନଗିରି-ଭଦ୍ରାଚଲମ ୧୭୩.୬୧ କି.ମି ଆଦି ନୂଆ ରେଳ ଲାଇନ୍ ହେବ ବୋଲି ଜଣାପଡ଼ିଛି

Leave a Reply

Your email address will not be published. Required fields are marked *