March 18, 2026

୨୭ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

1 min read

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ଆରବ ସାଗର, ଉତ୍ତର ଓଡ଼ିଶା, କେନ୍ଦ୍ରୀୟ ମହାରାଷ୍ଟ୍ର, ଉତ୍ତର ତେଲଙ୍ଗାନା, ଦକ୍ଷିଣ ଛତିଶଗଡ଼ ମଧ୍ୟରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ୨୭ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି