୭ ନୂଆ କରୋନା ପଜିଟିଭ୍ ଚିହ୍ନଟ
1 min read
ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କରୋନା ମାର୍ଗଦର୍ଶିକା ଆଣିବା ସମ୍ଭାବନା ରହିଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ରାଜ୍ୟରେ ପୁଣି ୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ କରୋନା ଆକ୍ରାନ୍ତ ଥିବାବେଳେ କଟକରେ ୯ ଜଣ ଏବଂ ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼଼ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।