ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ
1 min read
ଭୁବନେଶ୍ଵର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ଶୁକ୍ରବାର ଅପରାହ୍ନରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପତି ପ୍ରମୁଖ୍ୟ ତାଙ୍କୁ ବିମାନବନ୍ଦରରେ ସ୍ଵାଗତ କରିଛନ୍ତି। ଏହାପରେ ଏୟାରପୋର୍ଟରୁ ସମାରୋହ ସ୍ଥାନ ଜନତା ମଇଦାନକୁ ରୋଡ୍ ଶୋ’ କରିଛନ୍ତି ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ଵରରେ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷତି ହୋଇଛି।