ଭୁଶୁଡ଼ିଲା ଶିଶୁଭବନ କାନ୍ଥ ସିଡିଏରେ ଦବିଲା ୨୦ ଫୁଟ୍ ରାସ୍ତା
1 min read
କଟକ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଆଜି ଦିନତମାମ ବର୍ଷା ହୋଇଛି। ବର୍ଷା ଯୋଗୁଁ କିଛିସ୍ଥାନରେ ଅଘଟଣ ମଧ୍ୟ ଘଟିଥିବା ଦୃଷ୍ଟି ଗୋଚର ହୋଇଛି।
ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର। ବର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଗର୍ଭକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।