September 1, 2025

ଏମ୍‌ସ’ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

1 min read

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଚଳିତ ମାସ ୧୪ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ରାଷ୍ଟ୍ରପତି ୬୪୩ ଜଣ ସ୍ୱାସ୍ଥ୍ୟସେବା ବୃତ୍ତିଗତଧାରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ।

ସେମାନଙ୍କ ମଧ୍ୟରେ ୧୯୬ ଜଣ ଡାକ୍ତରୀ ଛାତ୍ରଛାତ୍ରୀ, ୧୫୮ ଜଣ ବିଶେଷଜ୍ଞ (ପିଜି) ଡାକ୍ତର, ୪୯ ଜଣ ସୁପର ସ୍ପେଷିଆଲିଟି (ଡିଏମ୍‌/ଏମ୍‌ସିଏଚ୍‌), ୨୧ ଜଣ ପୋଷ୍ଟ-ଡକ୍ଟରାଲ୍ ଫେଲୋ (ପିଡିଏଫ୍‌), ୧୧୬ ଜଣ ବିଏସ୍‌ସି ନର୍ସିଂ, ୬୨ ଜଣ ବିଏସ୍‌ସି ପାରାମେଡିକାଲ୍, ୪୧ ଜଣ ଏମ୍‌ଏସସି ନର୍ସିଂ ଛାତ୍ରଛାତ୍ରୀ ଅଛନ୍ତି। ଅସାଧାରଣ ଶିକ୍ଷାଗତ ପ୍ରଦର୍ଶନର ସ୍ୱୀକୃତି ସ୍ୱରୂପ, ୧୭ ଜଣ ଡାକ୍ତରୀ ଛାତ୍ରଛାତ୍ରୀ, ଜଣେ ଏମ୍‌ଡି/ଏମ୍‌ଏସ, ଜଣେ ଡିଏମ୍‌/ଏମ୍‌ସିଏଚ୍‌, ୩ ଜଣ ବିଏସ୍‌ସି ନର୍ସିଂ, ୭ ଜଣ ବିଏସ୍‌ସି ପାରାମେଡିକାଲ୍, ଦୁଇ ଜଣ ଏମ୍‌ଏସସି ନର୍ସିଂ ଛାତ୍ରଛାତ୍ରୀଙ୍କ ସମେତ ୩୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ।

ଏହି ସମାବର୍ତ୍ତନ ସମାରୋହ ଉତ୍ସବରେ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ ବୋଲି ଭୁବନେଶ୍ବର ଏମ୍‌ସ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି।