March 19, 2026

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା

1 min read

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର ଓଡିଶା ଓ ଏହାର ପାଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ଓ୍ବିଫାର ଅବଶିଷ୍ଟାଂଶ ପ୍ରବେଶ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଆଜିଠାରୁ ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।