August 25, 2026

ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା

1 min read

ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଇଣ୍ଡିଗୋ ବିମାନ ସପ୍ତାହକୁ ୩ ଥର ଚଳାଚଳ କରୁଥିଲା। ତେବେ ଦୁବାଇ ଯିବାକ ଚାହୁଁଥିବା ଯାତ୍ରୀମାନେ ଭାୟା ଆବୁଧାବି ଦେଇ ଯାତ୍ରା କରିପାରିବେ। କିମ୍ବା ଯାତ୍ରୀମାନେ ଭୁବନେଶ୍ଵରରୁ ଦେଶର ଅନ୍ୟ ସହରକୁ ଯାଇ ସେଠାରୁ ଦୁବାଇକୁ ଥିବା ସିଧାସଳଖ ବିମାନ ସେବା ହାସଲ କରିପାରିବେ। ୨୦୨୩ ମସିହା ମେ ମାସରୁ ଭୁବନେଶ୍ଵର-ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରାଯାଇଥିଲା।