ଓଡ଼ିଶାରେ ସେପ୍ଟେମ୍ବର ୨୧ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
1 min read
ଭୁବନେଶ୍ଵର : ଓଡ଼ିଶାରେ ସେପ୍ଟେମ୍ବର ୨୧ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଡ଼ିଶାରେ ସେପ୍ଟେମ୍ବର ୨୧ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେପ୍ଟେମ୍ବର ୧୭ରୁ ୧୮ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ ଓ ଢେଙ୍କାନାଳ।
ସେହିପରି ସେପ୍ଟେମ୍ବର ୧୮ରୁ ୧୯ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପ୍ଟେମ୍ବର, ୧୯ରୁ ୨୦ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ବରଗଡ଼।