ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
1 min read
Water flowing along the street curb during heavy rain. Close up of splashing raindrops and air bubbles.
ଭୁବନେଶ୍ୱର: ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୭ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ ୱାର୍ନିଂ ଜାରି କରାଯାଇଥିବାବେଳେ ଆଉ ୧୬ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।