August 11, 2026

ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

1 min read

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗରେ ପରିବର୍ତ୍ତନ ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ଏହାକୁ ନୀରିକ୍ଷଣ କରୁଛି ଏବଂ ଆଗାମୀ ଦିନରେ ଅଧିକ ସୂଚନା ପ୍ରଦାନ କରିବ।