November 12, 2025

ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

1 min read

ନୂଆଦିଲ୍ଲୀ: ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର କାର୍ ବୋମା ବିସ୍ଫୋରଣକୁ ନେଇ ସାରା ଦେଶରେ ଆତଙ୍କ ଖେଳିଯାଇଛି। ସୋମବାର ସନ୍ଧ୍ୟାରେ ଘଟିଥିବା ଏହି ବିସ୍ଫୋରଣ ଯୋଗୁଁ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କର ମୃତ୍ୟୁ ହୋଇଛି। ୨୦ରୁ ଅଧିକ ଡାକ୍ତରଖାନା ବେଡରେ ଚିକିତ୍ସାଧୀନ ଅଛନ୍ତି।

ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି, “ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣ ଯୋଗୁଁ ପରିସ୍ଥିତି ଗମ୍ଭୀର ରହିଛି। ଷଡ଼ଯନ୍ତ୍ରର ମୂଳ ପର୍ଯ୍ୟନ୍ତ ଯିବା ଲାଗି ଏଜେନ୍ସିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାର ଷଡ଼ଯନ୍ତ୍ରକାରୀଙ୍କୁ ଛଡ଼ାଯିବ ନାହିଁ।”

ଏପଟେ ଦିଲ୍ଲୀ ବିସ୍ଫୋରଣକୁ ନେଇ ଦିଲ୍ଲୀ ଏବଂ ମୁମ୍ବାଇ ସହ ସାରା ଦେଶରେ ହାଇଆଲର୍ଟ ଜାରି କରାଯାଇଛି। ଓଡ଼ିଶାରେ ମଧ୍ୟ ହାଇଆଲର୍ଟ ଜାରି ହୋଇଛି। ରାଜଧାନୀ ଭୁବନେଶ୍ଵର, ପୁରୀ ଓ କଟକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।