December 29, 2025

ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)

1 min read

ଭୁବନେଶ୍ୱର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ।

ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ୩୦ରେ ଶେଷ ହେବ। ଜାନୁୟାରୀ ୧୦ରୁ ୱେବସାଇଟ(bseodisha.ac.in)ରୁ ଆଡମିଟ୍‌ କାର୍ଡ ଡାଉନଲୋଡ କରିହେବ।