ଜିରୋ ନାଇଟ୍ ସେଲିବ୍ରେସନ୍ ଲାଗି ସବୁ ହୋଟେଲ, ରେଷ୍ଟୁରାଣ୍ଟ , ମଲ୍ ଏବଂ ପବ୍ ଗୁଡିକରେ ଜୋରଦାର ପ୍ରସ୍ତୁତି
1 min read
ଭୁବନେଶ୍ଵର : ବିଦାୟ ଦେବ ୨୦୨୫, ଆଉ ଆସିବ ଫର୍ଦ୍ଧ ୨୦୨୬। ଜିରୋ ନାଇଟ୍ ସେଲିବ୍ରେସନ୍ ଲାଗି ସବୁ ହୋଟେଲ, ରେଷ୍ଟୁରାଣ୍ଟ , ମଲ୍ ଏବଂ ପବ୍ ଗୁଡିକରେ ଜୋରଦାର ପ୍ରସ୍ତୁତି କରାଯାଉଛି। ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଭାବେ ଗୁରୁତ୍ଵ ଦିଆଯାଉଛି। ଚଳିତବର୍ଷ ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ସମସ୍ତ ଥାନା ଅଧିକାରୀ ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ। ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ଯାଞ୍ଚ ପ୍ରକ୍ରିୟା ସରିଛି। ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରଖାଯିବ। ଏବଂ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ରହିଛି। ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିଶନରେଟ୍ ପୁଲିସ୍। ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ରହିଛି। ଏ ନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସୁରେଶ ଦେବଦତ୍ତ ସିଂ।


