May 30, 2026

ସୋମବାର ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ ଆୟୁକ୍ତ

1 min read

ଭୁବନେଶ୍ବର: ଦେଶର ୧୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଭୋଟର ତାଲିକାର ‘ସ୍ବତନ୍ତ୍ର ସଘନ ସଂଶୋଧନ’ (ଏସ୍‌ଆଇଆର୍‌) ପ୍ରକ୍ରିୟା ଚାଲିଛି। ଆସନ୍ତା ଫେବ୍ରୁଆରି ମାସରେ ଏହା ଶେଷ ହେବ। ଏହାପରେ ତୃତୀୟ ପର୍ଯ୍ୟାୟରେ ଓଡ଼ିଶାରେ ଭୋଟର ତାଲିକାର ଏସ୍‌ଆଇଆର୍ ହେବ ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ଏହାକୁ ଲକ୍ଷ୍ୟ ରଖି ରାଜ୍ୟରେ ପ୍ରି-ଏସ୍ଆଇଆର୍ କାର୍ଯ୍ୟ ଆରମ୍ଭ ହୋଇସାରିଛି। ଠିକ୍ ଏମିତି ସମୟରେ ଭାରତର ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଓଡ଼ିଶାର ଏସ୍‌ଆଇଆର୍‌ ପ୍ରସ୍ତୁତି ସମ୍ପର୍କରେ ସେ ସମୀକ୍ଷା କରିବେ। ଚଳିତ ବର୍ଷ ଶେଷ ସୁଦ୍ଧା ଓଡ଼ିଶାର ଏସ୍‌ଆଇଆର୍ ପ୍ରକାଶ ପାଇବ ଓ ଏହା ଅନୁଯାୟୀ ରାଜ୍ୟରେ ୨୦୨୭ ମସିହାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବାକୁ ପ୍ରସ୍ତୁତି ଚାଲିଛି।