December 29, 2025

ରାଜ୍ୟରେ ଶୀତ ପ୍ରକୋପ ଲାଗି ରହିଛି।

1 min read

ଭୁବନେଶ୍ବର: ସାରା ରାଜ୍ୟରେ ଶୀତ ପ୍ରକୋପ ଲାଗି ରହିଛି। ଉପକୂଳବର୍ତ୍ତୀ ଜିଲା ଗୁଡ଼ିକରେ ପାରଦ ୧୦ରୁ ୧୫ ଡିଗ୍ରୀ ମଧ୍ୟରେ ରହୁଥିବାବେ‌ଳେ ପଶ୍ଚିମ, ଦକ୍ଷିଣ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ କିମ୍ବା ଏହାଠାରୁ ତଳକୁ ରହିଛି। ଝାରସୁଗୁଡାରେ ଡିସେମ୍ବରର ଚତୁର୍ଥ ସର୍ବନିମ୍ନ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି। ଝାରସୁଗୁଡାରେ ତାପମାତ୍ରା ୬.୫ ରେକର୍ଡ କରାଯାଇଛି। ଗତ ୧୫ ବର୍ଷରେ ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଚି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ। ୨୦୨୬ ଜାନୁଆରୀ ପହିଲା ପର୍ଯ୍ୟନ୍ତ ଘନ କୁହୁଡ଼ି ଦୃଶ୍ୟମାନ ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କୋରାପୁଟ, ଖୋର୍ଦ୍ଧା, ସମ୍ବଲପୁର, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ମୟୂରଭଞ୍ଜ, ଅନୁଗୋଳ ଏବଂ ଯାଜପୁର ଜିଲାର କିଛି ଅଞ୍ଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ ହୋଇଛି।