April 12, 2026

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି

1 min read

ଖୋର୍ଦ୍ଧା: କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ାଉ କରାଯାଇଛି। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ କରାଯାଇଛି। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ କଲୋନୀ ସ୍ଥିତ ଶାଶୁଙ୍କ ଘରୁ ୭୫ ଲକ୍ଷ ଜବତ ହୋଇଛି। ୩ଟି ସୁଉଚ୍ଚ କୋଠା, ଗୋଟିଏ ଫ୍ଲାଟ ଓ ୪ଟି ଦାମୀ ପ୍ଲଟ ପାଇଛି ଭିଜିଲାନ୍ସ। ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା ରହିଛି। ବଡ଼ଗଡ଼ ବ୍ରିଟ କଲୋନୀରେ ୩ ମହଲା କୋଠା ଓ ଉତ୍ତରାରେ ୨ BHK ଫ୍ଲାଟ ସହ ଖୋର୍ଦ୍ଧାର ସାନପଲ୍ଲାଠାରେ ୨ ମହଲା କୋଠା ମଧ୍ୟ ରହିଛି। ଭୁବନେଶ୍ୱରରେ ୩ଟି ଓ ଖୋର୍ଦ୍ଧାରେ ଗୋଟିଏ ଦାମୀ ପ୍ଲଟ ଠାବ କରାଯାଇଛି। ୧୦୦ ଗ୍ରାମ ସୁନା, ଗୋଟିଏ ଦାମୀ କାର୍‌ ସମେତ ୪ଟି ବାଇକ,ଏକାଧିକ ବ୍ୟାଙ୍କ ଖାତା ଓ ପୋଷ୍ଟାଲ ଜମାର ତଦନ୍ତ ଜାରି ରହିଛି । ୧୯୯୫ରେ ଲ୍ୟାବ ଆସିଷ୍ଟାଣ୍ଟ ଭାବେ ମାସିକ ୨ ହଜାରରେ ଚାକିରି ଆରମ୍ଭ କରିଥିଲେ।