ସମ୍ବଲପୁରକୁ ଗଡ଼ିବ ୫୦ ଇ-ବସ୍
1 min read
ସମ୍ବଲପୁର: ସମ୍ବଲପୁରରେ ବସଗୁଡ଼ିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ (CRUT)ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍ଘାଟନ କରାଯାଇଛି। ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ , ଏହି ବସ୍ ବ୍ୟବସ୍ଥା ଦ୍ବାରା ସମ୍ବଲପୁରବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣସମ୍ବଲପୁରରେ ଶନିବାର ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଅତ୍ୟାଧୁନିକ ବସ୍ ଟର୍ମିନାଲ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବସ୍ ଟର୍ମିନାଲ ଓ ବସ୍ର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।


