January 24, 2026

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

1 min read

ଭୁବନେଶ୍ୱର: ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହୋଇପାରେ। ଭାଜପା ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଟାସ୍କ ଦେଇଛନ୍ତି। ୬ ମାସ ଭିତରେ ଅଧୁରା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।