January 31, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

1 min read

ନୂଆଗାଁ: ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଦେଇ ଯାଇଥିବା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଉପରେ ଏକ ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତ୍ରୀରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ନେଇ ନୂଆଗାଁ ଥାନାକୁ ଖବର ମିଳିଥିଲା। ଖବରପାଇ ନୂଆଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଜାତୀୟ ରାଜପଥରେ ସୁରକ୍ଷିତ ଗାଡ଼ି ଚଳାଚଳ ପ୍ରତି ମଧ୍ଯ ଗୁରୁତ୍ଵ ଦେଇଥିଲା। ବର୍ତ୍ତମାନ ସୁଦ୍ଧା ଯୁବକଙ୍କର କୌଣସି ପରିଚୟ ମିଳିପାରି ନଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି।