February 15, 2026

ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି

1 min read

ଢେଙ୍କାନାଳ: ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ ଧାରଣା କରିବାରୁୁ ଠାକୁରଙ୍କ ନୀତିକାନ୍ତି ବିଭ୍ରାଟ ହୋଇଛି ।

ମହାପ୍ରଭୁଙ୍କ ପାଇଁ ଚକାପିଠା ପ୍ରସ୍ତୁତି ପାଇଁ ବଟା ହୋଇଥିବା ବିରି ଓ ନାଗାଉରଣ ବେଶ ପାଇଁ ଅଳଙ୍କାର ଦେଓଗାଁ ଜଗନ୍ନାଥ ମନ୍ଦିରରୁ ସେବାୟତମାନେ ନେଇ ଯାଉଥିବାବେଳେ ବାରବାଙ୍କ ରାସ୍ତାରେ ପୋଲିସ ସେବାୟତଙ୍କୁ ଛାଡ଼ିନଥିଲେ। ଏହାର ପ୍ରତିବାଦରେ ସେବାୟତମାନେ ଧାରଣା ଦେଇଛନ୍ତି। ଦେବୋତ୍ତର ବିଭାଗ ଅଧିକାରୀ ଓ କର୍ମଚାରୀମାନେ ବୁଝାସୁଝା କରି ବିଫଳ ହୋଇଥିବା ଜଣାପଡ଼ିଛି ।

ମହାଶିବରାତ୍ରୀରେ ମହାପ୍ରଭୁ ଉପବାସରେ ରହିବାକୁ ନେଇ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସ ହିତ ପୋଲିସର ଏଭଳି କାର୍ଯ୍ୟକୁ ନିନ୍ଦା କରାଯାଇଛି । ଜିଲ୍ଲା ପ୍ରଶାସନ ସେବାୟତମାନଙ୍କ ସହ ଆଲୋଚନା ପରେ ନୀତିକାନ୍ତି ସ୍ୱାଭାବିକ ହୋଇଛି. ଆସନ୍ତା ୨୦ ତାରିଖରେ ପ୍ରଶାସନ ସହ ଆଲୋଚନା ପାଇଁ ପ୍ରତିଶୃତି ମିଳିବା ପରେ ସ୍ୱାଭାବିକ ହୋଇଥିଲା |