April 10, 2026

ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି

1 min read

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି। ଆର୍ଥିକ ଦୁର୍ବଳ ଝିଅଙ୍କୁ ବିଏ ତଥା ସ୍ନାତକ ପାଇଁ ଏହି ଯୋଜନା କାର୍ଯ୍ୟ କରିବ। ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ। ସେହିପରି ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ଘୋଷଣା କରାଯାଇଛି। ଏହାଦ୍ୱାରା ୧ କୋଟିରୁ ଊଦ୍ଧର୍‌ବ ମହିଳା ଉପକୃତ ହେବେ। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।