ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ସଂଗ୍ରହ
1 min read
ଭୁବନେଶ୍ଵର: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଛି। ଆଜି ବିଧାନସଭାରେ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ କରିଛନ୍ତି। ୩୩ କେଜି ୬୪୮ ଗ୍ରାମ ମିଶ୍ରିତ ରୁପା ଅଳଙ୍କାର ଦାନ କରିଛନ୍ତି। ୧୯୮୧ ମସିହାରୁ ୨୦୨୪-୨୫ ମସିହା ସୁଦ୍ଧା ୫୮ କେଜି ୩୧୭ ଗ୍ରାମ ସୁନା ହୁଣ୍ଡିରୁ ସଂଗ୍ରହ କରାଯାଇଛି। ଏବଂ ରୁପା ଦାନ ହୁଣ୍ଡିରୁ ୧୫୮ କେଜି ୮୩୬ ଗ୍ରାମ ରୁପା ସଂଗ୍ରହ ହୋଇଛି। ୨୦୧୧ରୁ ୨୦୨୪-୨୫ ମସିହା ଭିତରେ ହୁଣ୍ଡି ଓ ଅନ୍ୟାନ୍ୟ ଦାନରୁ ୩୦୪ କୋଟି ୫୭ ଲକ୍ଷ ସଂଗ୍ରହ ହୋଇଛି।


