March 8, 2026

ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରବିବାର ଦିନ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ

1 min read

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରବିବାର ଦିନ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଅଧ୍ୟକ୍ଷତା କରିଥିଲେ। ଏଥିରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଥିଲା।

ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ୟାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢ଼ି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଥିଲେ।