April 28, 2026

ବାଲୁଗାଁ ଛେଡ଼ପଡ଼ା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

1 min read

ନୟାଗଡ଼: ବାଲୁଗାଁ ଛେଡ଼ପଡ଼ା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ନୟାଗଡ ଖଣ୍ଡପଡା ରାସ୍ତାର ଖେଡପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ଗାଡିଟି ରାକମାରୁ ନୟାଗଡ଼ ଆସୁଥିଲା । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଆସୁଥିଲା । ହେଲେ ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ଖେଡ଼ପଡ଼ା ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।