May 26, 2026

କଳାହାଣ୍ଡିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ବର : କଳାହାଣ୍ଡିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି।
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଶ୍ରମିକଙ୍କ ଜୀବନ। ମଦନପୁର ରାମପୁର ଥାନା ଗୌଡ କର୍ଲାଖୁଣ୍ଟା ଗାଁରେ ମଙ୍ଗଳବାର ଏହି ଅଘଟଣ ଘଟିଥିବା ଖବର ମିଳିଛି। ସେଣ୍ଟ୍ରିଂ ବେଳେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସହ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି। ପ୍ରଥମେ ଜଣେ ମିସ୍ତ୍ରୀ ପାଇଖାନା ଟାଙ୍କି ଭିତରେ ପଡ଼ି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ଆଉ ୫ ଜଣଙ୍କ ଜୀବନ ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅନ୍ୟ ଜଣେ ଗୁରୁତର ଶ୍ରମିକ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଛି