January 24, 2026

ଆଜି ୬ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

1 min read

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Leave a Reply

Your email address will not be published. Required fields are marked *