ଗୋଟିଏ ଲଘୁଚାପ ନ ଯାଉଣୁ ଆଉ ଗୋଟିଏ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି
1 min read
ଭୁବନେଶ୍ବର: ଗୋଟିଏ ଲଘୁଚାପ ନ ଯାଉଣୁ ଆଉ ଗୋଟିଏ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି। ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପ୍ରଭାବରେ ୨୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାଦ୍ବାରା ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ ପୁଣିଥରେ ବର୍ଷା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ବାଂଲାଦେଶ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୪ ଓ ୧୫ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।
୧୪ ତାରିଖ ପୂର୍ବାହ୍ଣ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୱାର୍ଣ୍ଣିଂ ଦିଆଯାଇଛି। ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖ ଅପରାହ୍ଣଠାରୁ ପାଗରେ ସାମାନ୍ୟ ସୁଧାର ଆସିବାର ସମ୍ଭାବନା ରହିଥିଲେ ମଧ୍ୟ ଉତ୍ତର ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୪ ତାରିଖରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସହ ମଝିରେ ମଝିରେ ଝଟକା ପବନର ବେଗ ଘଣ୍ଟାପ୍ରତି ୬୫ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇବାକୁ ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆ


