ନୟାଗଡ଼ ଜିଲ୍ଲାରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି
1 min read
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଏହି କିସ୍ତିରେ, ୧କୋଟି ୩ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ୫୧୬୩ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏଥିରେ ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି ।
ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମାଝି ନିଜ ବକ୍ତବ୍ୟରେ କହିଛନ୍ତି, ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ।
ଆଇଆଇଏମ୍ ସମ୍ବଲପୁର ଓ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ସର୍ଭେ ରିପୋର୍ଟକୁ ଉଦ୍ଧୃତ କରି ସେ ପ୍ରକାଶ କରିଛନ୍ତି ଯେ ପ୍ରାୟ ୮୦ ପ୍ରତିଶତ ମହିଳା ସୁଭଦ୍ରା ସହାୟତାକୁ କେବଳ ଦୈନନ୍ଦିନ ଆବଶ୍ୟକତା ପାଇଁ ଖର୍ଚ୍ଚ ନକରି…
ମହିଳାଙ୍କ ବିକାଶ ନିମନ୍ତେ ଉଦ୍ଦିଷ୍ଟ ବିଭିନ୍ନ ରାଜ୍ୟ ଓ କନ୍ଦ୍ରେ ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ମହିଳା ଉଦ୍ୟୋଗୀ ଭିତ୍ତିଭୂମି, ୨୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ, କନ୍ୟାବିବାହ ଯୋଜନା, ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଏବଂ ରାଜ୍ୟ ବଜେଟ୍ରେ ମହିଳାଙ୍କ ପାଇଁ ୧ ଲକ୍ଷ ୨୨ ହଜାର ୭୬୪ କୋଟି ଟଙ୍କାର ଐତିହାସିକ ବ୍ୟୟବରାଦ କରାଯାଇଛି।


