September 6, 2026

କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି

1 min read

କର୍ଲାମୁଣ୍ଡା,୬ା୯: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସମ୍ପାଦକ କୁଞ୍ଜ ସାହୁ, ସଂକୁଳ ସଂଯୋଜକ ପ୍ରବୀଣ ବେହେରା ଓ ପ୍ରଧାନାଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା, ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ତଥା ଆଗାମୀ ଦିନର ବିଭିନ୍ନ ଶିକ୍ଷାମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା। ଶିଶୁମାନଙ୍କ ସର୍ବାଙ୍ଗୀନ ବିକାଶ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଏହି ଅବସରରେ ଶିକ୍ଷୟିତ୍ରୀ/ଶିକ୍ଷକମାନେ ଶିକ୍ଷାଦାନ ପ୍ରଣାଳୀକୁ ଆହୁରି ସୁଦୃଢ଼ କରିବା ନେଇ ନିଜ ନିଜ ମତାମତ ଓ ପ୍ରସ୍ତାବ ରଖିଥିଲେ। ବୈଠକରେ ଆଚାର୍ଯ୍ୟା ଏବଂ ଶିକ୍ଷା ପରିଷଦର ସଦସ୍ୟମାନେ ଉପସ୍ଥିତ ଥିଲେ।