September 15, 2026

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

1 min read

ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ମୁଁ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଅଛି। ନୂଆଁଖାଇ କେବଳ ଏକ ପାରଂପରିକ ପର୍ବ ନୁହେଁ, ପଂକ୍ତି ଭୋଜନ ଓ ବନ୍ଧୁମିଳନ ମାଧ୍ୟମରେ ସାମାଜିକ ଓ ପାରିବାରିକ ଆତ୍ମୀୟତାର ପ୍ରତୀକ ମଧ୍ୟ ।