ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ
1 min read
ଭୁବନେଶ୍ୱର,୧୦।୯: ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବଙ୍ଗୋପସାଗରରେ ପାଣିପାଗରେ ପରିବର୍ତ୍ତନ ହେବା ନେଇ ଆକଳନ କରାଯାଉଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସହିତ ଅକ୍ଟୋବର ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ଅଞ୍ଚଳରେ ଆଉ ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଦୁଇ ପାଣିପାଗ ପ୍ରଣାଳୀର ପ୍ରଭାବରେ ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ।


