ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ତତ୍ପରତା
1 min read
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ତତ୍ପରତା। ଏହାର ମୁକାବିଲା ଓ ପ୍ରସ୍ତୁତି ସମ୍ପର୍କରେ ଆଜି ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ସମ୍ଭାବ୍ୟ ବାତ୍ୟାର ସ୍ଥିତି ଓ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଆଲୋଚନା ହେବ।ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକୁ ଆଲର୍ଟ କରାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ମାତ୍ରାରେ ପଡ଼ିବ, ତାହା ଏବେ ସ୍ପଷ୍ଟ ହୋଇନାହିଁ।


