March 16, 2026

ଅଳ୍ପ ଦିନ ଭିତରେ ପିଆଜ ଦର କମିବ

1 min read

ଭୁବନେଶ୍ବର: ପିଆଜର ଦରବୃଦ୍ଧିକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ବର୍ଷା ଯୋଗୁ ଫସଲହାନି ଘଟିଛି। ଏଥିରୁ ବାଦ୍ ପଡ଼ିନି ପିଆଜ। ଏବେ ପାଗ ବଦଳିବା ପରେ ସ୍ଥିତିରେ ପରିବର୍ତ୍ତନ ଆସିବ। ଆଉ ବେଶୀ ଦିନ ପିଆଜ ଦର ଅଧିକ ରହିବ ନାହିଁ। ଅଳ୍ପଦିନ ଭିତରେ ଦର କମିବ ଓ ଖାଉଟି ଆଶ୍ବସ୍ତ ହେବେ ବୋଲି ଆଶା ପ୍ରକଟ କରିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।