June 19, 2026

ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି

1 min read

ଭୁବନେଶ୍ୱର: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି ନେଇପାରିବେ। ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ। ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ।