March 11, 2026

୩ଟାରୁ ୪ଟା ମଧ୍ୟରେ ବନ୍ଧା ହେବ ପତିତପାବନ ବାନା

1 min read

ପୁରୀ: କାର୍ତ୍ତିକ ମାସରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଯୋଗୁଁ ସପ୍ତାହେ ପର୍ଯ୍ୟନ୍ତ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନରେ କରାଯିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ।
ସୂଚନା ଅନୁଯାୟୀ,ଆଜିଠାରୁ ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧା ହେବ। ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଧ୍ଵଜା ବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ଵାର ବାହାର ରାସ୍ତାରେ ବହୁତ ଭକ୍ତ ଗହଳି କରୁଛନ୍ତି। ତେଣୁ ସପ୍ତାହେ ପର୍ଯ୍ୟନ୍ତ ଅପରାହ୍ନରେ ଧ୍ଵଜା ବନ୍ଧା ସମାପନ କରିବାକୁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଚୁନରା ସେବକଙ୍କ ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।