June 30, 2026

୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି

1 min read

ଭୁବନେଶ୍ୱର: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ୱ ଦିଆଯିବ। ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।