January 24, 2026

୨୩ ଯାଏଁ କୋହଲା ପବନ

1 min read

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନ ହେବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କଟକ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନ, ଖୋର୍ଦ୍ଧା, ପୁରୀ, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ଏବଂ ବରଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ସୋନପୁରକୁ ସତର୍କ ସୂଚନା ଜାରି କରାଯାଇଛି।