September 22, 2026

ଆସନ୍ତା ୭ ଦିନ କାଳବୈଶାଖୀ ବର୍ଷା: ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

1 min read

ଭୁବନେଶ୍ୱର : ଓଡ଼ିଶାରେ ପ୍ରବଳ ଖରା ପରେ ଏବେ ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଯୋଗୁଁ ତାପମାତ୍ରା କମିଛି। ମଙ୍ଗଳବାର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

ଶନିବାର ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲା ସାମିଲ ରହିଛି।

ରାଜ୍ୟରେ ଏବେ ବର୍ଷା ପ୍ରଭାବରେ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତିରୁ ଆଶ୍ଵସ୍ତି ମିଳିଛି। ତେବେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ମାତ୍ରାଧିକ ଖରା ହେଉଥିବା ଦେଖିବାକୁ ମିଳିଛି।