May 1, 2025

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ

1 min read

ଭୁବନେଶ୍ଵର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ। ଏହି ଅବସରରେ ରାଜ୍ୟବ୍ୟାପୀ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେଉଛି। ଆଜି ବିଧାନସଭା ପରିସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କେଭି ସିଂଦେଓ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ , ପ୍ରମିଳା ମଲ୍ଲିକ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେପଟେ ଆଜି ଶଙ୍ଖଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।