September 23, 2026

ସୋମବାର ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି

1 min read

ପୁରୀ: ସୋମବାର ୫ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରଖାଯିବ। କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସେହିପରି ୨୧ରୁ ୨୪ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।