June 20, 2026

ଗଞ୍ଜାମ ପାଟପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି

1 min read

ଗଞ୍ଜାମ : ଗଞ୍ଜାମ ପାଟପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଦୁଷ୍କର୍ମ ପରେ ଜଣେ ଶିଶୁ କନ୍ୟାକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ନିର୍ମାଣାଧୀନ ଘରୁ ୪ ବର୍ଷର ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ କନ୍ୟା ଜଣକ ନିଜ ଅଜା ଘରକୁ ବୁଲିବାକୁ ଆସିଥିଲା। ଏହି ସମୟରେ କେହି ଦୁର୍ବୃତ୍ତ ଏଭଳି ଜଘନ୍ୟ କାଣ୍ଡ ଭିଆଇଥିବା ଅନୁମାନ କରାଯାଉଛି। ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।